କୋରାପୁଟ,୨୪।୧୦()ସ୍ଥାନୀୟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ଉନ୍ନୟନ ସମନ୍ବୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହୋଇଯାଇଛି।
ଜାତୀୟ ରାଜପଥ ୨୬ ଓ ୩୨୬, ରେଳବାଇ ପ୍ରକଳ୍ପ, ମୋବାଇଲ ଟାୱାର, ପାନୀୟ ଜଳ ଓ ପରିମଳ, ଗ୍ରାମ୍ୟ ଉନ୍ନୟନ,ଜଳସେଚନ, ସ୍ବାସ୍ଥ୍ୟ, ଭାରତମାଳା ଏକ୍ସପ୍ରେସ ହାଇୱେ,ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ଗ୍ରାମୀଣ, ଏକଲବ୍ୟ ମଡେଲ ଆଦର୍ଶ ଆବାସିକ ବିଦ୍ୟାଳୟ କାର୍ଯ୍ୟକାରୀତା ସମ୍ପର୍କରେ ଆଲୋଚନା କରାଯାଇଥିଲା। ପ୍ରାରମ୍ଭରେ ଜଳଜୀବନ ମିଶନ ଅନ୍ତର୍ଗତ ମେଗା ପାନୀୟ ଜଳ ପ୍ରକଳ୍ପ ଉପରେ ଆଲୋଚନା କରାଯାଇଥିଲା ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ, ଆଇଏଏସ ପ୍ରୋବେସନାରୀ ସନ୍ତୋଷ କୁମାର ପାତ୍ର, କୋରାପୁଟ ବିଧାୟକ ରଘୁରାମ ମାଛ,ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର,ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରାଙ୍କ ସହ ଜିଲ୍ଲାର ଅନ୍ୟ ଅଧିକରୀମାନେ ଉପସ୍ଥିତ ଥିଲେ।
ଜିଲ୍ଲା ଉନ୍ନୟନ ସମନ୍ବୟ ଓ ତଦାରଖ ଦିଶା କମିଟି ବୈଠକ
